କଳାହାଣ୍ଡି: 15 October 2021 : କଳାହାଣ୍ଡି ଜିଲ୍ଲା କେଗାଁ ଥାନା ମହାଲିଙ୍ଗ ଗ୍ରାମ ସନ୍ସାଇନ୍ ପବ୍ଲିକ୍ ସ୍କୁଲ୍ ଅଧ୍ୟକ୍ଷା ନିଖୋଜ । ସ୍କୁଲକୁ ଆସୁଥିବାବେଳେ ବାଟରେ ସେ ନିଖୋଜ ହୋଇଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକର ମହାଲିଙ୍ଗ ଗାଁରେ ଥିବା ସନ୍ସାଇନ୍ ପବ୍ଲିକ୍ ସ୍କୁଲ୍ର ଅଧ୍ୟକ୍ଷା ମମିତା ମେହେର ନିଖୋଜ ପରେ ପରିବାର ଲୋକେ ଥାନା ରେ ଅଭିଯୋଗ କରିଥିଲେ । ଏହି ଅଭିଯୋଗ କୁ ଭିତ୍ତିକରି ବଲାଙ୍ଗୀର ପୋଲିସ ସନ୍ସାଇନ୍ ପବ୍ଲିକ୍ ସ୍କୁଲ୍ର ମାଲିକ ଗୋବିନ୍ଦ ସାହୁ ଙ୍କୁ ଡାକି ପଚରାଉଚରା କରିଛି । ଗତ ୮ ତାରିଖରେ ଉକ୍ତ ସ୍କୁଲର ମାଲିକ ଗୋବିନ୍ଦ ସାହୁ ମମିତାଙ୍କୁ ସ୍କୁଲର କାଗଜପତ୍ର କାମ ଅଛି ବୋଲି କହି ଡକାଇଥିଲେ । ମମିତା ସ୍କଲକୁ ଆସୁଥିବାବେଳେ ବାଟରେ ଚାନ୍ଦୋତରା ଛକ ନିକଟରୁ ନିଖୋଜ ହୋଇଯାଇଥିଲେ ବୋଲି ଗତ ୧୨ ତାରିଖରେ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ । ପୋଲିସ ମହାଲିଙ୍ଗ ସ୍କୁଲକୁ ଆସି ତଦନ୍ତ କରିବା ସହିତ ଗୋବିନ୍ଦଙ୍କ ଗାଡିକୁ ଜବତ କରିଛି । ତେବେ ସ୍କୁଲ ଅଧ୍ୟକ୍ଷା ନିଖୋଜ ଘଟଣାରେ ବଡ ବଡ ବିଜେଡି ନେତାଙ୍କ ହାତ ଥିବା ଚର୍ଚ୍ଚା ଜୋର ଧରିଛି। ଏନେଇ ଏକ ଫଟୋ ମଧ୍ୟ ଭାଇରାଲ ହେଉଛି । ଯେଉଁଥିରେ ଗୋବିନ୍ଦ ସାହୁ, ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ମନ୍ତ୍ରୀ ପ୍ରତାପ ଜେନା ଅଛନ୍ତି । ସ୍ଥାନୀୟ ଅନ୍ଚଳରେ ଘଟଣାଟି ଚାନ୍ଚ୍ୟଳକର ଆଲୋଡନ ସ୍ରୁଷ୍ଟି କରିଛି । ନିମାଈଁ ବେହେରା ଙ୍କ ରିପୋର୍ଟ |
Subscribe to:
Post Comments (Atom)
कर्मचारी चयन आयोग की परीक्षा 27,28 और 30 जून को
समाचार *कर्मचारी चयन आयोग की परीक्षा 27,28 और 30 जून को* रायपुर 28 जून 2023/ कर्मचारी चयन आयोग द्वारा आयोजित कार्मिक और प्रशिक्षण विभाग, भ...
-
Department of Water Resources Launch of MIS and GIS web-based application Under OIIPCRA Bhubaneswar dt.22.06.2023 A Management Infor...
-
ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟର ସୁରକ୍ଷା ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମନ୍ୱୟ ବୈଠକ ଅଭୟାରଣ୍ୟର ସୁରକ...
-
*जिले के तहसीलों में राजस्व शिविर का आयोजन* रायपुर 22 जून 2023/ राजस्व प्रकरणों के निराकरण के लिए जिले के तहसीलों में राजस्व शिविर का आ...
No comments:
Post a Comment