Thursday, 9 December 2021

ଆସୁଛି ବାତ୍ୟା ଜୱାଦ ।

 30 November 2021 :

ଆସୁଛି ବାତ୍ୟା ଜୱାଦ । ଦକ୍ଷିଣ ଆଣ୍ଡାମାନରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ବାତ୍ୟାର ରୂପ ନେବ ।



ଆଜି ପୂର୍ବାହ୍ନରେ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ଯାହା ପରେ ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଓ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ପୂର୍ବ ଓ ବଙ୍ଗୋପସାଗରର ପୂର୍ବ ଉପକୂଳରେ ଏକ ଅବସାଦରେ ପରିଣତ ହେବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ସୂଚନା ଦେଇଛି । । ଓଡ଼ିଶା ଉପକୂଳରେ ବର୍ଷା ସହ ମଧ୍ୟରାତ୍ରରୁ ପବନର ବେଗ ବଢ଼ିବ। ଘଣ୍ଟା ପ୍ରତି ୪୫ରୁ ୫୦ କିମି ବେଗରେ ପବନ ହେବ । ୪ ତାରିଖ ସକାଳେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିବ। ଉପକୂଳ ଛୁଇଁବା ପରେ ବାତ୍ୟା ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରିବ ।ଦକ୍ଷିଣ ଥାଇଲାଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ କେନ୍ଦ୍ରିଭୂତ ହେଲା ଲଘୁଚାପ । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଆଣ୍ଡାମାନ ସାଗରରେ ପ୍ରବେଶ କରିବ । ଏହାପରେ ୨ ତାରିଖ ସୁଦ୍ଧା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତ ରୂପ ନେବ । ଏହା ପର ୨୪ ଘଣ୍ଟା ରେ ଆହୁରି ଘନୀଭୂତ ହୋଇ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ବାତ୍ୟା ବା ସାମୁଦ୍ରିକ ଝଡ ରେ ପରିଣତ ହେବ। ଏହାପରେ ଉତ୍ତର ପଶ୍ଚିମ ଦିଗରେ ଗତି କରି ୪ ତାରିଖ ସକାଳ ସୁଦ୍ଧା ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶା ଉପକୂଳରେ ପହଂଚିବ ।ଏନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ରାଜ୍ୟ ସରକାର ବାତ୍ୟା ପୂର୍ବରୁ ପୂରା ସ୍ଥିତି ଉପରେ କଡା ନଜର ରଖିଛନ୍ତି । ତଳିଆ ଅଞ୍ଚଳ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିବା ବେଳେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି । ପାହାଡିଆ ଅଞ୍ଚଳରେ ଭୁସ୍କଳନ ସମ୍ଭାବନା ଥିବାରୁ ଏହା ଉପରେ ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି । ୩ ରାତିରୁ ସମୁଦ୍ର ଭୀଷଣ ଅଶାନ୍ତ ହେବାକୁ ଥିବା ବେଳେ ମତ୍ସ୍ୟଜୀବୀ ମାନଙ୍କୁ ଫେରି ଆସିବାକୁ କୁହାଯାଇଛି । ସେହିପରି ଲଘୁଚାପ ପ୍ରଭାବରେ ଆସନ୍ତା ୨ ତାରିଖରୁ ଓଡ଼ିଶାରେ ପାଗ ପରିବର୍ତ୍ତନ ହେବ। ୪ ତାରିଖ ବେଳକୁ ପୁରୀ, ଜଗତସିଂହପୁର, ଗଞ୍ଜାମ, ନୟାଗଡ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କଟକ ଏବଂ ଖୋର୍ଦ୍ଧାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଫଳରେ ଚାଷ ଜମିରେ ପାଣି ଜମିବା ସହ ଫସଲ ନଷ୍ଟ ହେବାର ଅଧିକ ସମ୍ଭାବନା ରହିଛି ।ତେଣୁ ଚାଷୀମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଜଳ ବନ୍ଦୀ, ବନ୍ୟା ଭଳି ସ୍ଥିତି ଓ ଭୂସ୍ଖଳନ ହେବା ନେଇ ସତର୍କ ସୂଚନା ଜାରି କରିଛନ୍ତି। ଅହୋରାତ୍ର କଣ୍ଟ୍ରୋଲ ରୁମ୍ ଚାଲୁ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ମତ୍ସ୍ୟଜୀବୀଙ୍କୁ ଦିଆଯାଇଥିବା ପରାମର୍ଶ କଡ଼ାକଡ଼ି ପାଳନ ନିର୍ଦ୍ଦେଶ ଦିଆଯାଇଛି।

No comments:

Post a Comment

कर्मचारी चयन आयोग की परीक्षा 27,28 और 30 जून को

समाचार *कर्मचारी चयन आयोग की परीक्षा 27,28 और 30 जून को* रायपुर 28 जून 2023/ कर्मचारी चयन आयोग द्वारा आयोजित कार्मिक और प्रशिक्षण विभाग, भ...